18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
19ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
20ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
21ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍ସେଲ ଓ ଏଦର ଓ ଯାଗୁର
22ଓ କୀନା ଓ ଦୀମୋନା ଓ ଅଦାଦା
23ଓ କେଦଶ୍ ଓ ହାସୋର ଓ ଯିତ୍ନନ୍;
24ସୀଫ୍ ଓ ଟେଲମ୍ ଓ ବାଲୋତ୍
25ଓ ହାସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାସୋର;)
26ଅମାମ୍ ଓ ଶେମା ଓ ମୋଲାଦା
27ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବେଥ୍-ପେଲଟ
28ଓ ହତ୍ସର-ଶୁୟାଲ୍ ଓ ବେର୍ଶେବା ଓ ବିଷିୟୋଥିୟା;
29ବାଲା ଓ ଇୟୀମ୍ ଓ ଏତ୍ସମ୍;
30ଇଲତୋଲଦ୍ ଓ କସୀଲ ଓ ହର୍ମା
31ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା
32ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।
33ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍ନା
34ଓ ସାନୋହ ଓ ଐନ୍-ଗନ୍ନୀମ ଓ ତପୂହ ଓ ଐନମ୍;
35ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା
36ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର।
37ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ
38ଓ ଦିଲୀୟନ୍ ଓ ମିସ୍ପେ ଓ ଯକ୍ତେଲ;
39ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;
40କେବ୍ବୋନ୍ ଓ ଲହମମ ଓ କିତୀଶ୍
41ଓ ଗଦେରୋତ୍, ବେଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
42ଲିବ୍ନା ଓ ଏଥର୍ ଓ ଆଶନ୍
43ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍;
44କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।
45ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
46ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।
47ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
48ପର୍ବତମୟ ଦେଶରେ ଶାମୀର୍ ଓ ଯତ୍ତୀର ଓ ସୋଖୋ;
49ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି)
50ଓ ଅନାବ ଓ ଇଷ୍ଟିମୋୟ ଓ ଆନୀମ୍
51ଓ ଗୋଶନ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।
52ଅରାବ୍ ଓ ଦୂମା ଓ ଇଶୀୟନ୍
53ଓ ଯାନୁମ୍ ଓ ବେଥ୍-ତ୍ତପୂହ ଓ ଅଫେକା
54ଓ ହୁମ୍ଟା ଓ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।
55ମାୟୋନ୍, କର୍ମିଲ ଓ ସୀଫ୍ ଓ ଯୁଟା
56ଓ ଯିଷ୍ରିୟେଲ ଓ ଯଗ୍ଦୀୟାମ୍ ଓ ସାନୋହ;