Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 15

ଯିହୋଶୂୟ 15:3-13

Help us?
Click on verse(s) to share them!
3ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
4ଏଉତ୍ତାରେ ଅସ୍‍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
5ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
6ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
7ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
8ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।
9ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
10ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
11ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
12ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
13ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।

Read ଯିହୋଶୂୟ 15ଯିହୋଶୂୟ 15
Compare ଯିହୋଶୂୟ 15:3-13ଯିହୋଶୂୟ 15:3-13