Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 15

ଯିହୋଶୂୟ 15:6-25

Help us?
Click on verse(s) to share them!
6ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
7ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
8ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।
9ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
10ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
11ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
12ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
13ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
14ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।
15ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।
16ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।
17ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
19ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
20ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
21ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର
22ଓ କୀନା ଓ ଦୀମୋନା ଓ ଅଦାଦା
23ଓ କେଦଶ୍‍ ଓ ହାସୋର ଓ ଯିତ୍ନନ୍;
24ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍
25ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର;)

Read ଯିହୋଶୂୟ 15ଯିହୋଶୂୟ 15
Compare ଯିହୋଶୂୟ 15:6-25ଯିହୋଶୂୟ 15:6-25