Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 18

ଯିହୋଶୂୟ 18:14-23

Help us?
Click on verse(s) to share them!
14ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
15ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
16ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।
17ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
18ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକି ଗଡ଼ିଗଲା
19ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।
20ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।
21ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍‍-କତ୍‍ଶିସ୍‍
22ଓ ବେଥ୍-ଅରାବା ଓ ସୀମାରୟମ୍‍ ଓ ବେଥେଲ୍‍
23ଓ ଅବ୍ବୀମ୍‍ ଓ ପାରା ଓ ଅଫ୍ରା,

Read ଯିହୋଶୂୟ 18ଯିହୋଶୂୟ 18
Compare ଯିହୋଶୂୟ 18:14-23ଯିହୋଶୂୟ 18:14-23