Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 18

ଯିହୋଶୂୟ 18:5-16

Help us?
Click on verse(s) to share them!
5ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।
6ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
7କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।
8ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
9ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।
10ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
11ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।
12ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।
13ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।
14ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
15ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
16ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।

Read ଯିହୋଶୂୟ 18ଯିହୋଶୂୟ 18
Compare ଯିହୋଶୂୟ 18:5-16ଯିହୋଶୂୟ 18:5-16