Text copied!
Bibles in Odia

ଯିହୋଶୂୟ 19:27-41 in Odia

Help us?

ଯିହୋଶୂୟ 19:27-41 in ଓଡିଆ ବାଇବେଲ

27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
28 ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;
29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
30 ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।
31 ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।
32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।
33 ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍‍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍‍ବ ଓ ଯବ୍‍ନୀୟେଲ ଦେଇ ଲକ୍‍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।
34 ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍‍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।
35 ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍‍କତ୍‍ ଓ କିନ୍ନେରତ୍‍
36 ଓ ଆଦାମା ଓ ରାମା ଓ ହାସୋର
37 ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର
38 ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀରବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣାଇଶ ନଗର।
39 ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
40 ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।
41 ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍
ଯିହୋଶୂୟ 19 in ଓଡିଆ ବାଇବେଲ