Text copied!
Bibles in Odia

ଯିହୋଶୂୟ 19:48-51 in Odia

Help us?

ଯିହୋଶୂୟ 19:48-51 in ଓଡିଆ ବାଇବେଲ

48 ଆପଣା ଆପଣା ବଂଶାନୁସାରେ ଦାନ୍ ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,
49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।
50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।
51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।
ଯିହୋଶୂୟ 19 in ଓଡିଆ ବାଇବେଲ