Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 19

ଯିହୋଶୂୟ 19:6-42

Help us?
Click on verse(s) to share them!
6ଓ ବେଥ୍-ଲବାୟୋତ୍‍ ଓ ଶାରୁହନ୍‍; ଗ୍ରାମ ସମେତ ଏହି ତେର ନଗର।
7ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର
8ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।
9ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
10ଏଥିଉତ୍ତାରେ ସବୂଲୂନ-ସନ୍ତାନଗଣ ପାଇଁ ସେମାନଙ୍କ ବଂଶାନୁସାରେ ତୃତୀୟ ବାଣ୍ଟ ଉଠିଲା; ସାରୀଦ ପର୍ଯ୍ୟନ୍ତ ସେମାନଙ୍କ ଅଧିକାରର ସୀମା ଥିଲା।
11ପୁଣି ସେମାନଙ୍କ ସୀମା ପଶ୍ଚିମରେ ମରୀୟଲା ଦିଗରେ ଉଠି ଦବେଶତ୍‍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଗଲା।
12ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।
13ପୁଣି ସେଠାରୁ ପୂର୍ବ ଦିଗ ହୋଇ ଗାଥ୍‍-ହେଫର ଦେଇ ଏତ୍‍କାତ୍‍ସୀନ ପର୍ଯ୍ୟନ୍ତ ଯାଇ ନେୟ ଆଡ଼େ ବିସ୍ତୃତ ରିମ୍ମୋନ୍‍କୁ ଗଲା।
14ପୁଣି ସେହି ସୀମା ଉତ୍ତର ଦିଗରେ ତାହା ବେଷ୍ଟନ କରି ହନ୍ନାଥୋନକୁ ଗଲା; ପୁଣି ତହିଁର ସୀମା ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା।
15ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।
16ଗ୍ରାମ ସମେତ ଏସବୁ ନଗର ସବୂଲୂନ-ସନ୍ତାନମାନଙ୍କ ବଂଶାନୁସାରେ ସେମାନଙ୍କ ଅଧିକାର ଥିଲା।
17ଏଥିଉତ୍ତାରେ ଇଷାଖରର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା।
18ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ
19ଓ ହଫାରୟିମ୍‍ ଓ ଶୀୟୋନ ଓ ଅନହରତ୍‍
20ଓ ରାବ୍ବୀତ୍‍ ଓ କିଶୀୟୋନ୍‍ ଓ ଏବସ
21ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା।
22ପୁଣି ସେ ସୀମା ତାବୋର ଓ ଶହତ୍‍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।
23ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।
24ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।
25ଆଉ ସେମାନଙ୍କର ସୀମା ହିଲକତ୍‍ ଓ ହଲୀ ଓ ବେଟନ ଓ ଅକ୍‍ଷଫ
26ଓ ଅଲମେଲକ୍‍ ଓ ଅମୀୟାଦ୍‍ ଓ ମିଶାଲ; ଆଉ ତାହା ପଶ୍ଚିମ ଦିଗରେ କର୍ମିଲ ଓ ଶୀହୋର-ଲିବ୍‍ନତ ପର୍ଯ୍ୟନ୍ତ ଗଲା।
27ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍‍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ
28ଓ ହିବ୍ରୋଣ ଓ ରହୋବ ଓ ହମ୍ମୋନ ଓ କାନ୍ନା ଓ ମହାସୀଦୋନ ପର୍ଯ୍ୟନ୍ତ ଗଲା;
29ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।
30ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।
31ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।
32ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।
33ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍‍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍‍ବ ଓ ଯବ୍‍ନୀୟେଲ ଦେଇ ଲକ୍‍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।
34ପୁଣି ସେ ସୀମା ପଶ୍ଚିମ ଦିଗରେ ଫେରି ଅସ୍‍ନୋତ୍‍-ତାବୋରକୁ ଗଲା ଓ ସେଠାରୁ ହୁକ୍‍କୋକ୍‍ ପର୍ଯ୍ୟନ୍ତ ଗଲା ଓ ଦକ୍ଷିଣ ଦିଗରେ ସବୂଲୂନ ପର୍ଯ୍ୟନ୍ତ ଓ ପଶ୍ଚିମ ଦିଗରେ ଆଶେର ପର୍ଯ୍ୟନ୍ତ ଓ ସୂର୍ଯ୍ୟୋଦୟ ଆଡ଼େ ଯର୍ଦ୍ଦନ ନିକଟସ୍ଥ ଯିହୁଦା ପର୍ଯ୍ୟନ୍ତ ଗଲା।
35ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍‍କତ୍‍ ଓ କିନ୍ନେରତ୍‍
36ଓ ଆଦାମା ଓ ରାମା ଓ ହାସୋର
37ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର
38ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀରବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣାଇଶ ନଗର।
39ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର।
40ଏଉତ୍ତାରେ ଦାନ୍-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ସପ୍ତମ ବାଣ୍ଟ ଉଠିଲା।
41ସେମାନଙ୍କ ଅଧିକାରର ସୀମା ସରାୟ ଓ ଇଷ୍ଟାୟୋଲ ଓ ଇରଶେମଶ୍‍
42ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍‍ଲା

Read ଯିହୋଶୂୟ 19ଯିହୋଶୂୟ 19
Compare ଯିହୋଶୂୟ 19:6-42ଯିହୋଶୂୟ 19:6-42