Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 1

ଯିହୋଶୂୟ 1:10-15

Help us?
Click on verse(s) to share them!
10ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,
11ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।
12ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
13ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।
14ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,
15ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।

Read ଯିହୋଶୂୟ 1ଯିହୋଶୂୟ 1
Compare ଯିହୋଶୂୟ 1:10-15ଯିହୋଶୂୟ 1:10-15