Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 1

ଯିହୋଶୂୟ 1:3-11

Help us?
Click on verse(s) to share them!
3ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।
4ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
5ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
6ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।
7ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେ ସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।
8ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
10ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,
11ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।

Read ଯିହୋଶୂୟ 1ଯିହୋଶୂୟ 1
Compare ଯିହୋଶୂୟ 1:3-11ଯିହୋଶୂୟ 1:3-11