11ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
12ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
13ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,
14ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,
15ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
16ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
17ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
18ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।
19ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
20ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
21ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
22କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
23ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
24ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।