Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 21

ଯିହୋଶୂୟ 21:19-34

Help us?
Click on verse(s) to share them!
19ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
20ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
21ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
22କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
23ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
24ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
25ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
26କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
27ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
28ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,
29ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
30ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି,
31ହିଲକତ୍‍ ଓ ତହିଁ ତଳିଭୂମି, ରହୋବ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
32ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
33ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
34ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,

Read ଯିହୋଶୂୟ 21ଯିହୋଶୂୟ 21
Compare ଯିହୋଶୂୟ 21:19-34ଯିହୋଶୂୟ 21:19-34