Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 21

ଯିହୋଶୂୟ 21:26-44

Help us?
Click on verse(s) to share them!
26କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
27ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
28ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,
29ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
30ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି,
31ହିଲକତ୍‍ ଓ ତହିଁ ତଳିଭୂମି, ରହୋବ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
32ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
33ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
34ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
35ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
36ପୁଣି ରୁବେନ୍‍ ବଂଶରୁ ବେତ୍‍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,
37କଦେମୋତ୍‍ ଓ ତହିଁ ତଳିଭୂମି, ମେଫାତ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
38ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,
39ହିଷ୍‍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।
40ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍‍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।
41ଇସ୍ରାଏଲ ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।
42ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
43ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
44ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।

Read ଯିହୋଶୂୟ 21ଯିହୋଶୂୟ 21
Compare ଯିହୋଶୂୟ 21:26-44ଯିହୋଶୂୟ 21:26-44