Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 21

ଯିହୋଶୂୟ 21:3-36

Help us?
Click on verse(s) to share them!
3ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ।
4ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।
5ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
6ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
7ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍‍ ବଂଶ ଓ ଗାଦ୍‍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।
8ଏହିରୂପେ ଇସ୍ରାଏଲ ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
9ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।
10ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।
11ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
12ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
13ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,
14ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,
15ହୋଲୋନ୍‍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
16ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
17ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍‍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
18ଅନାଥୋତ୍‍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।
19ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
20ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
21ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
22କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
23ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
24ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
25ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
26କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
27ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
28ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,
29ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
30ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍‍ ଓ ତହିଁ ତଳିଭୂମି,
31ହିଲକତ୍‍ ଓ ତହିଁ ତଳିଭୂମି, ରହୋବ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
32ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
33ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
34ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
35ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
36ପୁଣି ରୁବେନ୍‍ ବଂଶରୁ ବେତ୍‍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,

Read ଯିହୋଶୂୟ 21ଯିହୋଶୂୟ 21
Compare ଯିହୋଶୂୟ 21:3-36ଯିହୋଶୂୟ 21:3-36