Text copied!
Bibles in Odia

ଯିହୋଶୂୟ 21:3-6 in Odia

Help us?

ଯିହୋଶୂୟ 21:3-6 in ଓଡିଆ ବାଇବେଲ

3 ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ।
4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।
5 ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
6 ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
ଯିହୋଶୂୟ 21 in ଓଡିଆ ବାଇବେଲ