Text copied!
Bibles in Odia

ଯିହୋଶୂୟ 21:8-29 in Odia

Help us?

ଯିହୋଶୂୟ 21:8-29 in ଓଡିଆ ବାଇବେଲ

8 ଏହିରୂପେ ଇସ୍ରାଏଲ ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
9 ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।
10 ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।
11 ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
12 ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,
14 ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,
15 ହୋଲୋନ୍‍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
16 ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
17 ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍‍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
18 ଅନାଥୋତ୍‍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।
19 ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
20 ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍‍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
21 ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
22 କିବ୍‍ସୟିମ୍‍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
23 ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
24 ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
26 କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
27 ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍‍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
28 ପୁଣି ଇଷାଖର ବଂଶରୁ କିଶୀୟୋନ୍‍ ଓ ତହିଁ ତଳିଭୂମି, ଦାବରତ୍‍ ଓ ତହିଁ ତଳିଭୂମି,
29 ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
ଯିହୋଶୂୟ 21 in ଓଡିଆ ବାଇବେଲ