Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 22

ଯିହୋଶୂୟ 22:4-7

Help us?
Click on verse(s) to share them!
4ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।
5ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
6ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।
7ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,

Read ଯିହୋଶୂୟ 22ଯିହୋଶୂୟ 22
Compare ଯିହୋଶୂୟ 22:4-7ଯିହୋଶୂୟ 22:4-7