Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 24

ଯିହୋଶୂୟ 24:10-16

Help us?
Click on verse(s) to share them!
10ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
11ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
12ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍‍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
13ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।”
14ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
15ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
16ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।”

Read ଯିହୋଶୂୟ 24ଯିହୋଶୂୟ 24
Compare ଯିହୋଶୂୟ 24:10-16ଯିହୋଶୂୟ 24:10-16