Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 24

ଯିହୋଶୂୟ 24:17-23

Help us?
Click on verse(s) to share them!
17ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
18ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।
19ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
20ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
21ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
22ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
23ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”

Read ଯିହୋଶୂୟ 24ଯିହୋଶୂୟ 24
Compare ଯିହୋଶୂୟ 24:17-23ଯିହୋଶୂୟ 24:17-23