Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 24

ଯିହୋଶୂୟ 24:19-33

Help us?
Click on verse(s) to share them!
19ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
20ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
21ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
22ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
23ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
24ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।
25ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ।
26ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍‍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍‍ ବୃକ୍ଷ ମୂଳେ ସ୍ଥାପନ କଲେ।
27ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
28ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
29ଏ ସକଳ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
30ତହିଁରେ ଲୋକମାନେ ଗାଶ୍‍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
31ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
32ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମ୍‍ସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।
33ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।

Read ଯିହୋଶୂୟ 24ଯିହୋଶୂୟ 24
Compare ଯିହୋଶୂୟ 24:19-33ଯିହୋଶୂୟ 24:19-33