Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 24

ଯିହୋଶୂୟ 24:7-12

Help us?
Click on verse(s) to share them!
7ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।
8ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
9ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍‍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।
10ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
11ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
12ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍‍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।

Read ଯିହୋଶୂୟ 24ଯିହୋଶୂୟ 24
Compare ଯିହୋଶୂୟ 24:7-12ଯିହୋଶୂୟ 24:7-12