Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 2

ଯିହୋଶୂୟ 2:5-13

Help us?
Click on verse(s) to share them!
5ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।
6ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
7ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ।
8ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,
9ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
10କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;
11ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।
12ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।
13ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।

Read ଯିହୋଶୂୟ 2ଯିହୋଶୂୟ 2
Compare ଯିହୋଶୂୟ 2:5-13ଯିହୋଶୂୟ 2:5-13