Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 2

ଯିହୋଶୂୟ 2:5-19

Help us?
Click on verse(s) to share them!
5ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।
6ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
7ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ।
8ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,
9ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
10କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;
11ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।
12ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।
13ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।
14ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।
15ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର- ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।
16ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।
17ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।
18ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।
19ତହିଁରେ ଯେକେହି ତୁମ୍ଭ ଗୃହ ଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।

Read ଯିହୋଶୂୟ 2ଯିହୋଶୂୟ 2
Compare ଯିହୋଶୂୟ 2:5-19ଯିହୋଶୂୟ 2:5-19