Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 7

ଯିହୋଶୂୟ 7:17-23

Help us?
Click on verse(s) to share them!
17ତହୁଁ ସେ ଯିହୁଦା ଗୋଷ୍ଠୀକି ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।
18ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।
19ତେବେ ଯିହୋଶୂୟ ଆଖନ୍‍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ।
20ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।
21ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ’ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।
22ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।
23ତେବେ ସେମାନେ ତମ୍ବୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ।

Read ଯିହୋଶୂୟ 7ଯିହୋଶୂୟ 7
Compare ଯିହୋଶୂୟ 7:17-23ଯିହୋଶୂୟ 7:17-23