Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 7

ଯିହୋଶୂୟ 7:8-17

Help us?
Click on verse(s) to share them!
8ହେ ପ୍ରଭୁ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।
9କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?
10ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?
11ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।
12ଏଥିଲାଗି ଇସ୍ରାଏଲ ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।
13ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବାଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ।
14ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ।
15ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।
16ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।
17ତହୁଁ ସେ ଯିହୁଦା ଗୋଷ୍ଠୀକି ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।

Read ଯିହୋଶୂୟ 7ଯିହୋଶୂୟ 7
Compare ଯିହୋଶୂୟ 7:8-17ଯିହୋଶୂୟ 7:8-17