Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 8

ଯିହୋଶୂୟ 8:12-28

Help us?
Click on verse(s) to share them!
12ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।
13ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।
14ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ।
15ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ।
16ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।
17ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍‍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।
18ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।
19ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।
20ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।
21ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।
22ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।
23ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।
24ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।
25ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।
26କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।
27ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟ ସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।
28ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।

Read ଯିହୋଶୂୟ 8ଯିହୋଶୂୟ 8
Compare ଯିହୋଶୂୟ 8:12-28ଯିହୋଶୂୟ 8:12-28