19ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।
20ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।
21ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।
22ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।
23ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।