Text copied!
Bibles in Odia

ଯିହୋଶୂୟ 9:14-23 in Odia

Help us?

ଯିହୋଶୂୟ 9:14-23 in ଓଡିଆ ବାଇବେଲ

14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।
15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।
16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।
17 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।
18 ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।
19 ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକି କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”
20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।
21 ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।
22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ” ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।
23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।
ଯିହୋଶୂୟ 9 in ଓଡିଆ ବାଇବେଲ