Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 9

ଯିହୋଶୂୟ 9:16-26

Help us?
Click on verse(s) to share them!
16ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।
17ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।
18ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।
19ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକି କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”
20ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।
21ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।
22ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ” ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।
23ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।
24ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।
25ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।
26ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।

Read ଯିହୋଶୂୟ 9ଯିହୋଶୂୟ 9
Compare ଯିହୋଶୂୟ 9:16-26ଯିହୋଶୂୟ 9:16-26