Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 10

ଯୋହନ 10:1-16

Help us?
Click on verse(s) to share them!
1ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
2କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ ।
3ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ ।
4ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
5କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ ।
6ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହି ସବୁ କ'ଣ ବୋଲି ସେମାନେ ବୁଝିଲେ ନାହିଁ ।
7ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର ।
8ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।
9ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।
10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି ।
11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ ।
12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ ।
14ମୁଁ ଉତ୍ତମ ମେଷପାଳକ । ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
15ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ ।
16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।

Read ଯୋହନ 10ଯୋହନ 10
Compare ଯୋହନ 10:1-16ଯୋହନ 10:1-16