Text copied!
Bibles in Odia

ଯୋହନ 10:5-26 in Odia

Help us?

ଯୋହନ 10:5-26 in ଓଡିଆ ବାଇବେଲ

5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ ।
6 ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହି ସବୁ କ'ଣ ବୋଲି ସେମାନେ ବୁଝିଲେ ନାହିଁ ।
7 ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର ।
8 ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।
9 ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।
10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି ।
11 ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ ।
12 ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
13 କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ ।
14 ମୁଁ ଉତ୍ତମ ମେଷପାଳକ । ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
15 ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ ।
16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।
17 ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ ।
18 କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି ।
19 ଏହି ସମସ୍ତ କଥା ହେତୁ ଯିହୂଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା ।
20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ?
21 ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ ?
22 ସେତେବେଳେ ଯିରୂଶାଲମରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ ।
24 ସେଥିରେ ଯିହୂଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କୁହ ।
25 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି;
26 କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ ।
ଯୋହନ 10 in ଓଡିଆ ବାଇବେଲ