Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 11

ଯୋହନ 11:41-53

Help us?
Click on verse(s) to share them!
41ଆଉ, ଯୀଶୁ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।
42ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି ।
43ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ ।
44ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ ।
45ଅତଏବ, ଯିହୂଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍‍ ଯେଉଁମାନେ ମରିୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ;
46ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହି ସବୁ ସେମାନଙ୍କୁ ଜଣାଇଲେ ।
47ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।
48ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ ।
49କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍, କୟାଫା ନାମକ ସେହି ବର୍ଷର ମହାଯାଜକ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଛି ଜାଣ ନାହିଁ;
50ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ ।
51ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
52ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।
53ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ ।

Read ଯୋହନ 11ଯୋହନ 11
Compare ଯୋହନ 11:41-53ଯୋହନ 11:41-53