Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 12

ଯୋହନ 12:34-46

Help us?
Click on verse(s) to share them!
34ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ ? ଏହି ମନୁଷ୍ୟପୁତ୍ର କିଏ ?
35ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।
36ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର । ଯୀଶୁ ଏହି ସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ ।
37କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
38ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
39ଏହି କାରଣରୁ ସେମାନେ ବିଶ୍ୱାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
40ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
41ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।
42ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
43କାରଣ ସେମାନେ ଈଶ୍ୱରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ ।
44ଯୀଶୁ ଉଚ୍ଚସ୍ୱରରେ କହିଲେ, ଯେ ମୋ'ଠାରେ ବିଶ୍ୱାସ କରେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;
45ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ ।
46ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି ।

Read ଯୋହନ 12ଯୋହନ 12
Compare ଯୋହନ 12:34-46ଯୋହନ 12:34-46