Text copied!
Bibles in Odia

ଯୋହନ 12:34-46 in Odia

Help us?

ଯୋହନ 12:34-46 in ଓଡିଆ ବାଇବେଲ

34 ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ ? ଏହି ମନୁଷ୍ୟପୁତ୍ର କିଏ ?
35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।
36 ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର । ଯୀଶୁ ଏହି ସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ ।
37 କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
38 ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
39 ଏହି କାରଣରୁ ସେମାନେ ବିଶ୍ୱାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
41 ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।
42 ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
43 କାରଣ ସେମାନେ ଈଶ୍ୱରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ ।
44 ଯୀଶୁ ଉଚ୍ଚସ୍ୱରରେ କହିଲେ, ଯେ ମୋ'ଠାରେ ବିଶ୍ୱାସ କରେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;
45 ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ ।
46 ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି ।
ଯୋହନ 12 in ଓଡିଆ ବାଇବେଲ