Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 13

ଯୋହନ 13:1-17

Help us?
Click on verse(s) to share them!
1ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।
2ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
3ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି,
4ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ ।
5ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।
6କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ?
7ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ ।
8ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ ।
9ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ ।
10ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।
11କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।
12ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ?
13ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।
14ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।
15କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।
16ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।
17ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ ।

Read ଯୋହନ 13ଯୋହନ 13
Compare ଯୋହନ 13:1-17ଯୋହନ 13:1-17