Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 13

ଯୋହନ 13:11-29

Help us?
Click on verse(s) to share them!
11କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।
12ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ?
13ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।
14ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।
15କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।
16ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।
17ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ ।
18ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା ।
19ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି ।
20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
21ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
22ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ ।
23ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।
24ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ ।
25ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ?
26ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ ।
27ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।
28କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ ।
29କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।

Read ଯୋହନ 13ଯୋହନ 13
Compare ଯୋହନ 13:11-29ଯୋହନ 13:11-29