Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 13

ଯୋହନ 13:22-38

Help us?
Click on verse(s) to share them!
22ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ ।
23ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।
24ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ ।
25ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ?
26ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ ।
27ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।
28କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ ।
29କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।
30ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ ।
31ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ ।
32ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ ।
33ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି ।
34ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।
35ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ ।
36ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି ? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ ।
37ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି ।
38ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ ।

Read ଯୋହନ 13ଯୋହନ 13
Compare ଯୋହନ 13:22-38ଯୋହନ 13:22-38