Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 13

ଯୋହନ 13:4-14

Help us?
Click on verse(s) to share them!
4ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ ।
5ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।
6କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ?
7ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ ।
8ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ ।
9ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ ।
10ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।
11କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।
12ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ'ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ?
13ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।
14ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।

Read ଯୋହନ 13ଯୋହନ 13
Compare ଯୋହନ 13:4-14ଯୋହନ 13:4-14