Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 16

ଯୋହନ 16:6-26

Help us?
Click on verse(s) to share them!
6ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି ।
7କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି ।
8ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
9ପାପ ବିଷୟରେ - କାରଣ ସେମାନେ ମୋ'ଠାରେ ବିଶ୍ୱାସ କରନ୍ତି ନାହିଁ;
10ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
11ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି ।
12ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହି ସବୁ ସହି ପାର ନାହିଁ ।
13କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ ।
14ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।
15ଯାହା ଯାହା ପିତାଙ୍କର, ସେହି ସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।
16ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ।
17ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି, ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କ'ଣ ?
18ଏଣୁ ସେମାନେ କହିଲେ, ଅଳ୍ପ ସମୟ ବୋଲି ଏ କ'ଣ କହୁଅଛନ୍ତି ? ସେ କ'ଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ ।
19ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କ'ଣ ପରସ୍ପର ବାଦାନୁବାଦ କରୁଅଛ ?
20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
21ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ ।
22ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ ।
23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ । ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ ।
24ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।
25ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟରୂପେ ତୁମ୍ଭମାନଙ୍କୁ ଜଣାଇବି ।
26ସେ ଦିନ ତୁମ୍ଭେମାନେ ମୋ' ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ;

Read ଯୋହନ 16ଯୋହନ 16
Compare ଯୋହନ 16:6-26ଯୋହନ 16:6-26