Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 17

ଯୋହନ 17:13-24

Help us?
Click on verse(s) to share them!
13କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି ।
14ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି ।
15ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି ।
16ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି ।
17ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ ।
18ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି ।
19ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି ।
20ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋ'ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
21ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ ।
22ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି;
23ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ ।
24ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା ।

Read ଯୋହନ 17ଯୋହନ 17
Compare ଯୋହନ 17:13-24ଯୋହନ 17:13-24