Text copied!
Bibles in Odia

ଯୋହନ 17:9-12 in Odia

Help us?

ଯୋହନ 17:9-12 in ଓଡିଆ ବାଇବେଲ

9 ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;
10 ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି ।
11 ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି । ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି ।
12 ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ ।
ଯୋହନ 17 in ଓଡିଆ ବାଇବେଲ