Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 18

ଯୋହନ 18:27-32

Help us?
Click on verse(s) to share them!
27ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା ।
28ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
29ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ ?
30ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।
31ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୂଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ ।
32ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥି ନିମନ୍ତେ ସେମାନେ ଏହା କହିଲେ ।

Read ଯୋହନ 18ଯୋହନ 18
Compare ଯୋହନ 18:27-32ଯୋହନ 18:27-32