Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 19

ଯୋହନ 19:1-17

Help us?
Click on verse(s) to share them!
1ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ ।
2ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ;
3ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ ।
4ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥି ନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ ।
5ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !
6ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ ।
7ଯିହୂଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ମୋଶାଙ୍କ ବ୍ୟବସ୍ଥା ଅଛି ଓ ସେହି ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ୱରଙ୍କ ପୁତ୍ର ବୋଲି କହିଅଛି
8ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;
9ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ ।
10ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ?
11ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର ।
12ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ ।
13ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍‍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।
14ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା !
15ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ ।
16ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥି ନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ ।
17ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ ।

Read ଯୋହନ 19ଯୋହନ 19
Compare ଯୋହନ 19:1-17ଯୋହନ 19:1-17