10ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ?
11ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର ।
12ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ ।
13ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।
14ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା !