Text copied!
Bibles in Odia

ଯୋହନ 19:18-21 in Odia

Help us?

ଯୋହନ 19:18-21 in ଓଡିଆ ବାଇବେଲ

18 ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଚଢ଼ାଇଲେ, ଦୁଇ ପାଖରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ ।
19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ । ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା ।
20 ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା ।
21 ତେଣୁ ଯିହୂଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୂଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ ।
ଯୋହନ 19 in ଓଡିଆ ବାଇବେଲ