29ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ସ୍ପଞ୍ଜ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ ।
30ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, ସମାପ୍ତ ହେଲା; ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ ।
31ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାରରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୂଦୀମାନେ ପୀଲାତଙ୍କୁ ଅନୁରୋଧ କଲେ ।
32ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ ।
33ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,
34କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା ।