Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 19

ଯୋହନ 19:37-42

Help us?
Click on verse(s) to share them!
37ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ ।
38ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୂଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ । ସେଥିରେ ପୀଲାତ ଅନୁମତି ଦେଲେ । ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ ।
39ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ ।
40ସେମାନେ ଯୀଶୁଙ୍କର ଶରୀର ଘେନି ଯିହୂଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ ।
41ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା ।
42ଅତଏବ, ଯିହୂଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା ।

Read ଯୋହନ 19ଯୋହନ 19
Compare ଯୋହନ 19:37-42ଯୋହନ 19:37-42