Text copied!
Bibles in Odia

ଯୋହନ 19:37-42 in Odia

Help us?

ଯୋହନ 19:37-42 in ଓଡିଆ ବାଇବେଲ

37 ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ ।
38 ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୂଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ । ସେଥିରେ ପୀଲାତ ଅନୁମତି ଦେଲେ । ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ ।
39 ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ ।
40 ସେମାନେ ଯୀଶୁଙ୍କର ଶରୀର ଘେନି ଯିହୂଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ ।
41 ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା ।
42 ଅତଏବ, ଯିହୂଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା ।
ଯୋହନ 19 in ଓଡିଆ ବାଇବେଲ