Text copied!
Bibles in Odia

ଯୋହନ 19:5-20 in Odia

Help us?

ଯୋହନ 19:5-20 in ଓଡିଆ ବାଇବେଲ

5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !
6 ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ ।
7 ଯିହୂଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ମୋଶାଙ୍କ ବ୍ୟବସ୍ଥା ଅଛି ଓ ସେହି ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ୱରଙ୍କ ପୁତ୍ର ବୋଲି କହିଅଛି
8 ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ;
9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ ।
10 ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ ?
11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର ।
12 ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ ।
13 ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍‍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।
14 ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା !
15 ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ ।
16 ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥି ନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ ।
17 ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ ।
18 ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଚଢ଼ାଇଲେ, ଦୁଇ ପାଖରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ ।
19 ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ । ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା ।
20 ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା ।
ଯୋହନ 19 in ଓଡିଆ ବାଇବେଲ