Text copied!
Bibles in Odia

ଯୋହନ 1:12-24 in Odia

Help us?

ଯୋହନ 1:12-24 in ଓଡିଆ ବାଇବେଲ

12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ ।
14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।
15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।
18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।
19 ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
20 ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ ।
21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା ।
22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି ?
23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର ।
24 ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।
ଯୋହନ 1 in ଓଡିଆ ବାଇବେଲ